ଦ୍ୱିତୀୟ ପର୍ଯ୍ୟାୟ ଭୋଟ, ୭୧ ପ୍ରତିଶତ ମତଦାନ ରେକର୍ଡ

ଭୁବନେଶ୍ୱର : ଆଜି ଶେଷ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ମୋଟ ୭୧% ମତଦାନ ହୋଇଛି । ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ମୋଟ ୬୮ଟି ବ୍ଳକର ୧୫୧୪ ଟି ଗ୍ରାମ ପଞ୍ଚାୟତରେ ୧୮୬ ଜିଲ୍ଲା ପରିଷଦ ସଭ୍ୟ ପାଇଁ ୨୦,୪୩୬ ବୁଥରେ ଶାନ୍ତି ଶୃଙ୍ଖଳାର ସହିତ ନିର୍ବାଚନ ଶେଷ ହୋଇଅଛି ।

ଭୋଟ ଗ୍ରହଣ ସମୟରେ ଅଳ୍ପ କିଛି ସ୍ଥାନରେ ସାମାନ୍ୟ ଗଣ୍ଡଗୋଳ ଏବଂ ବିଶୃଙ୍ଖଳାକୁ ବାଦ ଦେଲେ ମୋଟାମୋଟି ଭାବରେ ଶାନ୍ତି ଶୃଙ୍ଖଳାର ସହିତ ଭୋଟ ଗ୍ରହଣ କାର୍ଯ୍ୟ ସମ୍ପନ୍ନ ହୋଇଛି । ପ୍ରଥମ ପର୍ଯ୍ୟାୟରେ ହୋଇଥିବା ବିଶୃଙ୍ଖଳାକୁ କମିଶନ ଗମ୍ଭିରତାର ସହ ବିଚାରକୁ ନେଇ ପରବର୍ତ୍ତୀ ପର୍ଯ୍ୟାୟରେ ଆଇନ ଶୃଙ୍ଖଳା ନିୟନ୍ତ୍ରଣ କରିବା ସହ ଶାନ୍ତିପୁର୍ଣ୍ଣ ଭାବେ ପଞ୍ଚାୟତ ନିର୍ବାଚନ ସାରିବା ପାଇଁ ପୋଲିସ ଡି.ଜି.ଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଆଜିର ନିର୍ବାଚନରେ ପରିସ୍ଥିତିରେ ଉନ୍ନତି ପରିଲକ୍ଷିତ ହୋଇଛି । ଆଜିର ନିର୍ବାଚନରେ ଭାଗ ନେଇଥିବା ସମସ୍ତ ଅଧିକାରୀ, ପୋଲିସ କର୍ତ୍ତୃପକ୍ଷ, ସମସ୍ତ ଜନସାଧାରଣ ତଥା ଭୋଟରମାନେ ସକ୍ରିୟ ଅଂଶ ଗ୍ରହଣ କରିବା ସହିତ ଶାନ୍ତି ଶୃଙ୍ଖଳାରେ ନିର୍ବାଚନ ଶେଷ ହୋଇଥିବାରୁ ଆଗାମୀ ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବା ସ୍ଥାନମାନଙ୍କରେ ମଧ୍ୟ କମିଶନ ଏହିପରି ସହଯୋଗ ଆଶା କରୁଛନ୍ତି ।