ରାଜ୍ୟରେ ଅସମ୍ଭାଳ ତାତି

ଭୁବନେଶ୍ୱର: ଆହୁରି ୨ ରୁ ୪ଡ଼ିଗ୍ରି ଯାଏଁ ବୃଦ୍ଧି ସମ୍ଭାବନା । ରାଜ୍ୟକୁ ପଶ୍ଚିମ ତଥା ଉତ୍ତରପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବେଶ କରୁଛି ତଥା ସୂର୍ଯ୍ୟ କିରଣର ତୀବ୍ରତା ବୃଦ୍ଧି ପାଉଥିବାରୁ ଆଗାମୀ ୪ ରୁ ୫ ଦିନ ମଧ୍ୟରେ ରାଜ୍ୟରେ ଅନେକ ସ୍ଥାନରେ ଦିନ ତାପମାତ୍ରା ୪ ରୁ ୬ ଡିଗ୍ରୀ ଯାଇଁ ବୃଦ୍ଧି ହେବାର ସମ୍ଭାବନା ରହିଛି । ୧୭ ରୁ ୨୦ ତାରିଖ ମଧ୍ୟରେ କିଛି ଜିଲାରେ ୪୩ ରୁ ୪୫ ଡିଗ୍ରୀ ଯାଏଁ ତାପମାତ୍ରା ରେକର୍ଡ ହେବାର ସମ୍ଭାବନା ରହିଛି । ୨୧ ଓ ୨୨ରେ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି ।