ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ ବନ୍ଦ ପାଇଁ ହାଇକୋର୍ଟରେ ମାମଲା

କଟକ ବାରବାଟୀ ଟି-୨୦ ମ୍ୟାଚ ବନ୍ଦ ପାଇଁ ହାଇକୋର୍ଟରେ ଦାୟର ହୋଇଛି…

କଟକ : କଟକ ବାରବାଟୀ ଟି-୨୦ ମ୍ୟାଚ ବନ୍ଦ ପାଇଁ ହାଇକୋର୍ଟରେ ଦାୟର ହୋଇଛି ଜନସ୍ୱାର୍ଥ ମାମଲା । ଢେଙ୍କାନାଳ ଭୁବନର ଜନୈକ ବ୍ୟକ୍ତିଙ୍କ ପକ୍ଷରୁ ଏହି ମାମଲା ଦାୟର କରାଯାଇଛି । ଷ୍ଟାଡିୟମରେ ଅଗ୍ନି ନିରାପତ୍ତା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ନଥିବା ଅଭିଯୋଗ କରି ମ୍ୟାଚ ବନ୍ଦ କରିବାକୁ ନିର୍ଦ୍ଦେଶ ଦେବାକୁ କୋର୍ଟରେ ମାମଲା ଦାୟର ହୋଇଛି । ଏଥିରେ ରାଜ୍ୟ ସରକାର, ବିସିସିଆଇ ଆଦି ୧୫ ଜଣଙ୍କୁ ପକ୍ଷଭୁକ୍ତ କରାଯାଇଛି । ଆସନ୍ତା ୧୨ ତାରିଖରେ ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ ଖେଳାଯିବ ।