ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାମାନଙ୍କୁ ପ୍ରସ୍ତୁତ ରହିବା ପାଇଁ ନିର୍ଦ୍ଦେଶ; ଜନସ୍ୱାସ୍ଥ୍ୟ ନିର୍ଦ୍ଧେଶକ

ଭୁବନେଶ୍ୱର: ରାଜ୍ୟରେ ପ୍ରଚଣ୍ଡ ଖରା, ଗରମ ବଢୁଥିବା ବେଳେ ଏ ନେଇ ନିଜର ମତ ରଖିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଧେଶକ ନିରଞ୍ଜନ ମିଶ୍ର। ସେ ତାଙ୍କର ମତ ରଖି କହିଛନ୍ତି, ‘ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାମାନଙ୍କୁ ପ୍ରସ୍ତୁତ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଡାକ୍ତରଖାନା‌ରେ କୁଲର, ଏସି ପ୍ରସ୍ତୁତ ରଖିବା ପାଇଁ ନିର୍ଦ୍ଦେଶ ଦିଆ ଯାଇଥିବା ବେଳେ ଜରୁରୀକାଳୀନ ଔଷଧ ସହ ଆବଶ୍ୟକ ସ୍ଥଳେ ଆମ୍ବୁଲାନ୍ସ ପ୍ରସ୍ତୁତ ରଖିବାକୁ ବି କୁହାଯାଇଛି। ପ୍ରତି ଜିଲ୍ଲାରେ କଲ୍‌ ସେଣ୍ଟରରୁ ତଥ୍ୟ ସଂଗ୍ରହ କରାଯାଉଛି। ପ୍ରତି ଜିଲ୍ଲାରେ ଜିଲ୍ଲାପାଳଙ୍କ ସହାୟତାରେ ଲୋକଙ୍କୁ ସଚେତନ କରାଯିବ। ବର୍ତ୍ତମାନ କେହି ବି ଅଂଶୁଘାତର ଶିକାର ହୋଇନାହାନ୍ତି। ଆଗାମୀ ଚାରି ଦିନ ପ୍ରବଳ ଗୀଷ୍ମ ପ୍ରବାହ ରହିବ। ଏଥିପାଇଁ ଆମକୁ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ।