ରାଜ୍ୟରେ ଅସହ୍ୟ ତାତି ସହ ଗୁଳୁଗୁଳି

ଭୁବନେଶ୍ୱର: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ କଲବଲ କଲାଣି। ରାଜ୍ୟରେ ଆଉ ୫ଦିନ କଲବଲ କରିବ ଖରା ସାଙ୍ଗକୁ ଗୁଳୁଗୁଳି। ରାଜ୍ୟରେ ଦିନ ତାପମାତ୍ରାରେ ଆଗାମୀ ୫ ଦିନ ଯାଏଁ ବିଶେଷ ପରିବର୍ତନ ର ସମ୍ଭାବନା ନଥିବାବେଳେ ୩ ରୁ ୪ ଦିନ ଯାଏଁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଉପକୂଳରେ ଗୁଳୁଗୁଳି ଜାରି ରହିବ। କିଛି କିଛି ସ୍ଥାନରେ ତାପମାତ୍ରା ସ୍ଵାଭାଵିକ ଠାରୁ ୩ ରୁ ୫ ଡ଼ିଗ୍ରୀ ଯାଏଁ ଅଧିକ ରହିବା ସମ୍ଭାବନା ରହିଛି।