ଭୁବନେଶ୍ୱର : ରାଜ୍ୟରେ ପ୍ରଚଣ୍ଡ ରୌଦ୍ର ପ୍ରବାହ ଜାରି ରହିଛି । ଅସହ୍ୟ ଗରମ ସହ ଗୁଳୁଗୁଳି ଯୋଗୁଁ ହନ୍ତସନ୍ତ ହେଉଛନ୍ତି ଲୋକେ । ଆଜି ସକାଳ ୧୧ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ୪୨.୨ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଉଚ୍ଚ ତାପମାତ୍ରା ସାଙ୍ଗକୁ ଝାଞ୍ଜି ପବନରେ ଆକ୍ତାମାକ୍ତା ଜନଜୀବନ ।
ଆଗାମୀ ୪ ଦିନ ଯାଏ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ନାହିଁ। ଆଗାମୀ ୩ ଦିନ ଉପକୂଳ ଏବଂ ୫ ଦିନ ଯାଏଁ ପଶ୍ଚିମ ଓଡ଼ିଶାରେ ଭୀଷଣ ଗ୍ରୀଷ୍ମ ପ୍ରବାହ ହେବ । ଜୁନ୍ ୨୦ ଯାଏଁ ଖରା, ଗରମ ଓ ଉଚ୍ଚ ତାପମାତ୍ରା ଲାଗି ରହିବ ।