ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ଵର: ଆଗାମୀ ୫ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ୨୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବା ବେଳେ ୪୦ ଡିଗ୍ରୀ ତଳେ ରହିଥିଲା କଟକ ଓ ଭୁବନେଶ୍ୱରର ତାପମାତ୍ରା । ଦୁଇଟି ପର୍ଯ୍ୟାୟରେ ୨୦ ଦିନର ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆସିଛି ଆଶ୍ୱସ୍ତିର ଖବର । କାଲିଠୁ ଦିନର ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।