ଆସନ୍ତା ୨୬ରୁ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର,(ସାକ୍‌ସୀ ନ୍ୟୁଜ୍‌) ଘୂର୍ଣ୍ଣିବଳୟ ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟ ହୋଇଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଅଧିକ ତିବ୍ର ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର ଦିଗ ଆଡକୁ ଗତି କରିବ। ଏହାର ପ୍ରଭାବରେ ଆସନ୍ତା ୨୬ରୁ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଏହାସହ ସେପ୍ଟେମ୍ବର ୨୮ରେ ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ସୂଚନା ମିଳିଛି। ୨୬ ତାରିଖ ପରଠାରୁ କଟକ, ପୁରୀ, ଖୋର୍ଦ୍ଧା, ଭଦ୍ରକ,କେନ୍ଦ୍ରାପଡା,ବାଲେଶ୍ୱର,ଜଗତସିଂହପୁର,ଯାଜପୁର,ନୟାଗଡ,ଗଞ୍ଜାମ,ଗଜପତି,କେନ୍ଦୁଝର ଓ ମୟୁରଭଞ୍ଜରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।