ଜୁନ ୩୦ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା…

ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ତେବେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର,ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କେତେକ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖ ଏସବୁ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ‌ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ପରବର୍ତ୍ତୀ ୨୪ ଘଣ୍ଟାରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ତେବେ ବରଗଡ଼, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର,କୋରାପୁଟ ଓ ମାଲକାନଗିରି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।