ରାଜ୍ୟରେ ୩ ଦିନ ଧରି ଲାଗି ରହିବ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ପଶ୍ଚିମା ଝଡ ପ୍ରଭାବରେ ୨୪ ତାରିଖରୁ ବର୍ଷା ଆରମ୍ଭ ହେବ । ୨୫ ତାରିଖରୁ ପୁଣି ସକ୍ରିୟ ହେବ ପଶ୍ଚିମାଝଡ । ଯାହାର ପ୍ରଭାବରେ ୨୫ରେ ରାଜ୍ୟରେ ବର୍ଷାର ପରିମାଣ ବଢିବ । ଜିଲ୍ଲାରେ ବିଜୁଳି  ଘଡଘଡି ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ପୂର୍ବାନୁମାନ କରିଛନ୍ତି । ୨୪ ତାରିଖରେ ବରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ସୁନ୍ଦରଗଡ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ବାକି ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିବ ।

୨୫ ତାରିଖରେ ଉତ୍ତର ଓଡିଶାର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ଓଡିଶାରେ ମଧ୍ୟ ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ ଯାଜପୁର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡଘଡି ମାରିବାର ସମ୍ଭାବନା ରହିଛି । ତେଣୁ ଏହି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବୁଧବାର ଅପରାହ୍ଣରୁ ଉପକୂଳ ଓଡିଶାର କେତେକ ଜିଲ୍ଲା ଏବଂ ଏହାର ସଂଲଗ୍ନ ଆଭ୍ୟନ୍ତରୀଣ ଜିଲ୍ଲାରେ ଝଡବର୍ଷା ହେବାର ସମ୍ଭାବନା ଅଛି ।