୪ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ଆଞ୍ଚ଼ଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଅନୁଯାୟୀ କେନ୍ଦୁଝର, ମୟୂରଭଂଜ, ସୁନ୍ଦରଗଡ଼, ଗଂଜାମ, ପୁରୀ, ଜଗତସିଂହପୁର ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସେହିପରି ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ବରଗଡ, ସୋନପୁର. ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ବୌଦ୍ଧ, କନ୍ଧମାଳ, ନୟାଗଡ ଓ ଗଂଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଗଞ୍ଜାମ ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ । ଜୁଲାଇ ୩୦ ପର୍ଯ୍ୟନ୍ତ ଛୁଟି ବାତିଲ କଲେ ଗଞ୍ଜାମ ଜିଲ୍ଲାପାଳ । ଗଞ୍ଜାମରେ ପ୍ରବଳ ବର୍ଷା ସମ୍ଭାବନା ଯୋଗୁ ବନ୍ୟା ପରିସ୍ଥିତି ଆଶଙ୍କା ରହିଛି । ରାଜ୍ୟରେ ମୌସୁମୀ ବର୍ଷା ଲାଗି ରହିଥିବା ବେଳେ ଲଘୁଚାପ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୪ ଦିନ ପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର