ସାଢ଼େ ୮ଟା ସୁଦ୍ଧା ୩୪ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର: ପ୍ରଚଣ୍ଡ ତାତିରେ ସନ୍ତୁଳି ହେଉଛି ସାରା ରାଜ୍ୟ । ସକାଳୁ ସକାଳୁ ଅନୁଭୂତ ହେଲାଣି ଟାଣ ଖରା । ସାଢେ ୮ଟା ସୁଦ୍ଧା ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ହୋଇଛି । ଝାରସୁଗୁଡ଼ାରେ ପାରଦ ୩୪ ଡିଗ୍ରୀ ରେକର୍ଡ ହୋଇଛି । ସେହିପରି କେନ୍ଦୁଝରରେ ତାପମାତ୍ରା ରହିଛି ୩୩ ଦଶମିକ ୬ ଡିଗ୍ରୀ । ଭୁବନେଶ୍ୱରରେ ତାପମାତ୍ରା ୩୧ ଦଶମିକ ୪ ଡିଗ୍ରୀ ରହିଛି । ଆଜି ରାଜ୍ୟର ୬ଟି ଜିଲ୍ଲା ପାଇଁ ହିଟ ୱେଭ ଆଲର୍ଟ ଜାରି କରାଯାଇଛି । ସେହି ଜିଲ୍ଲାଗୁଡିକ ହେଇଛି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ସମ୍ବଲପୁର, ସୋନପୁର ଓ ବୌଦ୍ଧ ।