କଲିକତା ହାଇକୋର୍ଟର ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତ କରାଯାଇଛି । ଭାରତୀୟ ସମ୍ବିଧାନର ଧାରା ୨୧୭ (୧) ଦ୍ୱାରା ପ୍ରଦତ୍ତ କ୍ଷମତା ବ୍ୟବହାର କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ନିଯୁକ୍ତ କରିଛନ୍ତି ।
ସିଜେଆଇ ଜଷ୍ଟିସ୍ ସଞ୍ଜିବ ଖନ୍ନାଙ୍କ ଅଧ୍ୟକ୍ଷତାରେ ଗଠିତ କଲେଜିୟମ୍ କଲିକତା ହାଇକୋର୍ଟର ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତି ପାଇଁ ସୁପାରିଶ କରିଥିଲେ । ୧୯ ଜାନୁଆରୀ ୨୦୨୫ରେ ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂହଙ୍କ ଅବସର ପରେ ଖାଲି ପଦବୀ ପାଇଁ ଏହି ନିଯୁକ୍ତି ଦିଆଯାଇଥିଲା ।