ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ ଯଶୱନ୍ତ ସିଂହ ଓ ଜଷ୍ଟିସ୍ ଅରିନ୍ଦମ୍ ସିହ୍ନା

କଟକ: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ଯଶୱନ୍ତ ସିଂହ ଓ ଜଷ୍ଟିସ୍ ଅରିନ୍ଦମ୍ ସିହ୍ନା ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ନୂତନ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ଦୁଇ ବିଚାରପତିଙ୍କୁ ଶପଥ ପାଠ କରାଇଥିଲେ। ଏଠାରେ ଉଲ୍ଲେଖଯୋଗ୍ୟ ଯେ ପଞ୍ଜାବ ଓ ହରିୟାଣା ହାଇକୋର୍ଟର ବିଚାରପତି ଜଷ୍ଟିସ ଯଶୱନ୍ତ ସିଂହ ଓ କୋଲକାତା ହାଇକୋର୍ଟର ବିଚାରପତି ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କ ଓଡ଼ିଶା ହାଇକୋର୍ଟକୁ ବଦଳି ନେଇ ଗତ ୬ ତାରିଖ ଦିନ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଅନ୍ୟପକ୍ଷରେ ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ ସଂଜୟ କୁମାର ମିଶ୍ରଙ୍କୁ ଉତ୍ତରାଖଣ୍ଡ ହାଇକୋର୍ଟକୁ ବଦଳି ନେଇ ମଧ୍ୟ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଥିଲା। ଆଜି ଦୁଇ ବିଚାରପତିଙ୍କ ଶପଥ ଗ୍ରହଣ ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତି ସଂଖ୍ୟା ୧୪ରେ ପହଞ୍ଚିଛି।