‘ଜୁଭେଂଟିକା- କିଶୋର କିଶୋରୀମାନଙ୍କ ସହ ପୁଲିସର ସମ୍ପର୍କ’ ଅନୁଷ୍ଠିତ

ଭୁବନେଶ୍ୱରସ୍ଥିତ ପୁଲିସ ସେବା ଭବନଠାରେ ଓଡ଼ିଶା …

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ପୁଲିସ ସେବା ଭବନଠାରେ ଓଡ଼ିଶା ପୁଲିସର ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଏବଂ ୟୁନିସେଫ୍‌ର ମିଳିତ ସହଯୋଗରେ ପ୍ରୟାସରେ ‘ଜୁଭେଂଟିକା- କିଶୋର କିଶୋରୀମାନଙ୍କ ସହ ପୁଲିସର ସଚେତନତା ଓ ସମ୍ପର୍କ କାର୍ଯ୍ୟକ୍ରମ’ ଅନୁଷ୍ଠିତ ହୋଇଛି।

ଏହି ଅବସରରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ ‘ଔଟଠଋଘଞଓଉଇ’ ମାଧ୍ୟମରେ ଓଡ଼ିଶା ପୋଲିସ ଶିଶୁ ଓ କିଶୋର-କିଶୋରୀମାନଙ୍କ ପାଇଁ ପୋଲିସ ବ୍ୟବସ୍ଥାକୁ ଅଧିକ ସହଜ, ସୁରକ୍ଷିତ ଓ ବନ୍ଧୁତ୍ୱପୂର୍ଣ୍ଣ କରିବାକୁ ଉଦ୍ୟମ କରାଯାଉଛି ବୋଲି ମତବ୍ୟକ୍ତ କରିଥିଲେ ।
ରାଜ୍ୟବ୍ୟାପୀ ଏହି କାର୍ଯ୍ୟକ୍ରମରେ ପ୍ରାୟ ୫୫୫ ପୋଲିସ ଥାନାର ପ୍ରାୟ ୧୫,୦୦୦ରୁ ଅଧିକ କିଶୋର-କିଶୋରୀ ଅଂଶଗ୍ରହଣ କରିଥିଲେ। ଇୟଙ୍ଖସଳବ ଉକ୍ଷଙ୍କଭଗ୍ଦ ର କିଶୋର-କିଶୋରୀମାନଙ୍କ ସହ ଇଦ୍ଭଶବଦ୍ଭଙ୍ଗବୟସ ଡକ୍ଟକ୍ସଳରକ୍ସଗ୍ଦ ଓ ଚବକ୍ସବ ଖରଶବକ୍ଷ ଠକ୍ଟକ୍ଷଙ୍କଦ୍ଭଗ୍ଧରରକ୍ସଗ୍ଦ ମଧ୍ୟ ଏଥିରେ ସାମିଲ ହୋଇଥିଲେ।

ବର୍ତମାନ ସମୟରେ ବହୁ ସଂଖ୍ୟାରେ କିଶୋର-କିଶୋରୀ ସାମାଜିକ ଗଣମାଧ୍ୟମର ନକରାତ୍ମକ ବିଷୟବସ୍ତୁ ଉପଭୋଗ କରିବାରେ ସମୟ ଅତିବାହିତ କରୁଛନ୍ତି। ସବୁବେଳେ ସାମାଜିକ ଗଣମାଧ୍ୟମରୁ ଶିକ୍ଷଣୀୟ ବିଷୟବସ୍ତୁ ଗ୍ରହଣ କରି ଭବିଷ୍ୟତ ଉଜ୍ୱଳ କରିବାକୁ ସେ ପରାମର୍ଶ ଦେଇଥିଲେ। ଏହା ବ୍ୟତୀତ ବିଭିନ୍ନ ସମୟରେ ସେମାନେ ସାଇବର ଅପରାଧ ସହିତ ସାମାଜିକ ସମସ୍ୟାର ଶିକାର ହୋଇ ମାନସିକ ଚାପର ସମ୍ମୁଖୀନ ହେଉଛନ୍ତି। ଏହି ପରିସ୍ଥିତିରେ ସେମାନଙ୍କୁ ନୈତିକ ଶିକ୍ଷା ଦେବା ସହ ସେମାନଙ୍କ କଥାକୁ ଧ୍ୟାନର ସହ ଶୁଣି ସଠିକ୍‌ ପରାମର୍ଶ ଓ ନୈତିକ ସମର୍ଥନ ପ୍ରଦାନ କରିବା ମଧ୍ୟ ଆମ ସମସ୍ତଙ୍କ ପ୍ରମୁଖ ଦାୟିତ୍ୱ ବୋଲି ଡିଜିପି ମତବ୍ୟକ୍ତ କରିଥିଲେ।

ସେ ଆହୁରି କହିଥିଲେ ଯେ, ଏହି ପ୍ରୟାସ ଯୁବ ପିଢ଼ି ଓ ପୋଲିସ ମଧ୍ୟରେ ବିଶ୍ୱାସ ଓ ସହଯୋଗ ବଢ଼ାଇବାରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ସେ ସମସ୍ତ କିଶୋର-କିଶୋରୀମାନଙ୍କୁ ନିର୍ଭୟରେ ପୋଲିସ ସହ ଯୋଗାଯୋଗ କରି ନିଜ ସମସ୍ୟା ଜଣାଇବାକୁ ଅନୁରୋଧ କରିଥିଲେ।

ଏହା ବ୍ୟତୀତ କିଶୋର-କିଶୋରୀମାନଙ୍କ ସହ ସୁସମ୍ପର୍କ ସ୍ଥାପନ କରି ସେମାନଙ୍କ ସୁରକ୍ଷା ଓ ମଙ୍ଗଳ ପ୍ରତି ଅଧିକ ସଚେତନ ଓ ଯତ୍ନବାନ ହେବା ପାଇଁ ସମସ୍ତ ପୋଲିସ ଅଧିକାରୀମାନଙ୍କୁ ଆହ୍ୱାନ କରିଥିଲେ।
ଏହି କାର୍ଯ୍ୟକ୍ରମ ମାଧ୍ୟମରେ ରାଜ୍ୟରେ ଶିଶୁ ଓ କିଶୋର-କିଶୋରୀମାନଙ୍କ ପାଇଁ ଏକ ସୁରକ୍ଷିତ, ସକାରାତ୍ମକ ପରିବେଶ ସୃଷ୍ଟି ହେବ ବୋଲି ଆଶା ପ୍ରକାଶ କରିଥିଲେ।
ଏହି ଅବସରରେ ଡିଜିପି ଆଭାଷୀ ମାଧ୍ୟମରେ ବିଭିନ୍ନ ଜିଲ୍ଲାର କିଶୋର-କିଶୋରୀମାନଙ୍କ ସହ ଭାବ ବିନିମୟ କରିଥିଲେ।
ଆଜିର ଏହି କାର୍ଯ୍ୟକ୍ରମରେ ଡିଜିପି(କ୍ରାଇମବ୍ରାଂଚ୍‌) ଶ୍ରୀ ବିନୟତୋଷ ମିଶ୍ର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନିକୀକରଣ) ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ରେଳବାଇ ଓ ଉପକୂଳ ସୁରକ୍ଷା) ଶ୍ରୀ ଅରୁଣ କୁମାର ବୋଥ୍ରା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ( ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା) ଶ୍ରୀମତୀ ଏସ. ସାଇନିଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।