ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୨୦ ଜିଲ୍ଲାରେ କାଳବୈଶାଖୀ; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସଂପ୍ରତି ରାଜ୍ୟ ଉପର ଦେଇ ସମୁଦ୍ର ପତନଠାରୁ ୯ କିଲୋମିଟର ଉଚ୍ଚତାରେ ଦକ୍ଷିଣ ଛତିଶଗଡ଼ ଛପରେ ଘୂର୍ଣ୍ଣିବଳୟ ପ୍ରବାହିତ ହେଉଛି। ଏହି ପରିପ୍ରେକ୍ଷୀରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ମଇ ୫ ତାରିଖ ଶୁକ୍ରବାର ଅପରାହ୍ଣ ସୁଦ୍ଧା ରାଜ୍ୟର ଅଧିକାଂଶ ଜିଲ୍ଲାରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ଝଡ଼ବର୍ଷା ହେବା ସହ କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି।

ଏହି ସମୟ ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ଓ ବିଜୁଳି ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଉପରୋକ୍ତ ୨୦ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି