କାଲିଠାରୁ ନିର୍ବିଘ୍ନରେ କରିହେବ କାଳିଆ ଦର୍ଶନ।

ପୁରୀ(ଏସ୍ ନ୍ୟୁଜ): ବିନା କରୋନା ରିପୋର୍ଟରେ ଭକ୍ତମାନ ଆସି ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ। ଏଥିଲାଗି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ପୁରୀ ଜିଲ୍ଲାପାଳ ଦର୍ଶନ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଜିଲ୍ଲାପାଳଙ୍କ ସମେତ ପୁରୀ ଏସ୍ପି, ଡିଆଇଜି ସମୀକ୍ଷା କରି କିଭଳି ଦର୍ଶନକୁ ସୁବ୍ୟବସ୍ଥିତ କରାଯାଇ ପାରିବ ସେ ଉପରେ ଆଲୋଚନା କରିଛନ୍ତି।କାଲିଠାରୁ ନିର୍ବିଘ୍ନରେ କରିହେବ କାଳିଆ ଦର୍ଶନ।
ପୁରୀ ବାସିନ୍ଦାଙ୍କ ପାଇଁ ସକାଳ୬ରୁ ୭ଟା ପର୍ଯ୍ୟନ୍ତ ସ୍ୱତନ୍ତ୍ର ଧାଡ଼ି ବ୍ୟବସ୍ଥା କରାଯାଇଛି। ସକାଳ ୭ଟା ପରେ ସାଧାରଣ ଭକ୍ତମାନେ ମନ୍ଦିରକୁ ଯାଇ ଦର୍ଶନ କରିପାରିବେ। ଏଥିଲାଗି ସେବାୟତଙ୍କ ସହ ପ୍ରଶାସନ ପକ୍ଷରୁ ଆଲୋଚନା କରାଯାଇଛି। ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଥର୍ମାଲ ସ୍କାନିଂ ଏବଂ ସାନିଟାଇଜ୍ କରିବା ପରେ ସମସ୍ତ ଭକ୍ତ ଦର୍ଶନ କରିବା ପାଇଁ ସିଂହଦ୍ୱାର ଦେଇ ପ୍ରବେଶ କରିବେ। ଥର୍ମାଲ ସ୍କାନିଂରେ ଯାହାର ତାପମାତ୍ରା ୧୦୦ ଫାରାନାଇଟ ଉପରେ ରହିବ ସେମାନେ ଦର୍ଶନ ପାଇଁ ଯାଇପାରିବେ ନାହିଁ। ପୋଲିସ ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।