ପୁରୀ(ଏସ୍ ନ୍ୟୁଜ): ବଲିଉଡର ଲୋକପ୍ରିୟ ଅଭିନେତ୍ରୀ କଙ୍ଗନା ରାନାଓ୍ବତ୍ ଆଜି ପବିତ୍ର ମାଘସପ୍ତମୀ ଅବସରରେ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି । ଓଡ଼ିଶା ଗସ୍ତରେ ଆସିଥିବା କଙ୍ଗନା ରାନାଓ୍ବତ୍ ଆଜି ସକାଳୁ ସକାଳୁ ଭୁବନେଶ୍ୱରରୁ ଯାଇ ପୁରୀରେ ପହଞ୍ଚିଥିଲେ। ଏଠାରେ ସେ ଶ୍ରୀଜୀଉଙ୍କ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି। ସେଠାରେ କଙ୍ଗନାଙ୍କୁ ମନ୍ଦିର ପ୍ରଶାସନ ଓ ସେବାୟତମାନେ ସ୍ୱାଗତ କରିଥିଲେ। ସେଠାରେ ଉପସ୍ଥିତ ସାମ୍ବାଦିକମାନଙ୍କୁ କହିଛନ୍ତି ଯେ ସେ ବହୁ ପୂର୍ବରୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଲାଭ କରିବା ପାଇଁ ଚାହୁଁଥିଲେ ଯାହା ଆଜି ପୁରାଣ ହୋଇଛି।