ଭୁବନେଶ୍ବର: ଓଡିଶାର ବାଲେଶ୍ବର ଜିଲ୍ଲା ବାହାନଗାଠାରେ ଶୁକ୍ରବାର ସନ୍ଧ୍ୟା ପ୍ରାୟ ସାଢ଼େ ୬ଟାରେ କରମଣ୍ଡଳ, ମାଲବାହୀ ଟ୍ରେନ ଓ ବାଙ୍ଗାଲୁର ହାୱାଡା ଦୂରନ୍ତ ଏକ୍ସପ୍ରେସ ମଧ୍ୟରେ ଧକ୍କା ହୋଇଛି। ଗତ ରାତିରେ ଘଟିଥିବା ଭୟଙ୍କର ଟ୍ରେନ୍ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ୨୮୦ରେ ପହଞ୍ଚିଲାଣି।
ଏଥିସହ ୯ଶହରୁ ଅଧିକ ଗୁରୁତର ହୋଇ ବିଭିନ୍ନ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଏନେଇ ସୂଚନା ଦେଇଛନ୍ତି ଓଡ଼ିଶା ଅଗ୍ନିଶମ ଡିଜି ସୁଧାଂଶଉ ଷଢଙ୍ଗୀ । ଜାତୀୟ ଗଣମାଧ୍ୟମ ସଂସ୍ଥା ଇଣ୍ଡିଆ ଟୁଡେକୁ ଦେଇଥିବା ସାକ୍ଷାତକାରରେ ସେ ଏପରି କହିଛନ୍ତି। ଗତକାଲି ରାତିରେ ଘଟିଥିବା ଏହି ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଦୀର୍ଘ ୧୪ ଘଣ୍ଟା ପରେ ଏବେବି ଉଦ୍ଧାର କାର୍ଯ୍ୟ ଶେଷ ହୋଇନି।