ରତ୍ନବେଦୀ ଛାଡ଼ି ସ୍ନାନବେଦୀରେ ଶ୍ରୀ ଶ୍ରୀ ବଳଦେବଜୀଉ

କେନ୍ଦୁଝର : କେନ୍ଦୁଝର ର ରାଷ୍ଟ୍ର ଦେବତା ଶ୍ରୀ ଶ୍ରୀ ବଳଦେବଜୀଉ ଙ୍କ ମନ୍ଦିରରେ ମହାପ୍ରଭୁଙ୍କ ଏହି ସ୍ନାନ ଯାତ୍ରା ଦେଖିବା ସହ ସାନିଧ୍ୟ ଲାଭ କରିବା ପାଇଁ ବହୁ ଭକ୍ତଙ୍କ ସମାଗମ ହୋଇଛି । ଏଥିପାଇଁ ରତ୍ନବେଦୀ ଛାଡ଼ି ସ୍ନାନବେଦୀକୁ ଆସିଛନ୍ତି ତିନି ଠାକୁର।

ସୂଚନା ଅନୁଯାୟୀ, ଦେବସ୍ନାନ ପୂର୍ଣ୍ଣିମା ପାଇଁ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ ସମସ୍ତ ନୀତିକାନ୍ତି ତଥା ସେବା କାର୍ଯ୍ୟ ଠିକ ଭାବେ ଚାଲିଛି । ଭକ୍ତଙ୍କ ଗହଣରେ ମହାପ୍ରଭୁଙ୍କ ଏହି ସ୍ନାନଯାତ୍ରା ଅନୁଷ୍ଠିତ ହେଉଥିବାରୁ ଦର୍ଶନ ଓ ସୁରକ୍ଷା ବ୍ୟବସ୍ଥାକୁ ବିଶେଷ ଗୁରୁତ୍ୱ ଦେଇଛି ପ୍ରଶାସନ।