କେନ୍ଦ୍ର ସରକାରଙ୍କ ୧୨ ବର୍ଷ ଓ ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ତୁରୁମୁଙ୍ଗାରେ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ

ପାଟଣା: କେନ୍ଦ୍ର ସରକାରଙ୍କ ୧୨ ବର୍ଷର ସଫଳ ଶାସନ ଏବଂ ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ତୁରୁମୁଙ୍ଗା ଗ୍ରାମପଞ୍ଚାୟତ ପରିସରରେ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ କରାଯାଇଛି। ଏହି କାର୍ଯ୍ୟକ୍ରମରେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ କରିଥିଲେ। ସରକାରଙ୍କ ଜନକଲ୍ୟାଣମୂଳକ ଯୋଜନା ଲୋକଙ୍କ ପାଖରେ ସଠିକ୍ ଭାବେ ପହଞ୍ଚିବା ସହ ସାଧାରଣ ଲୋକ ଏହାର ସୁଫଳ ପାଇବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ।
ଏହି ଅବସରରେ ତୁରୁମୁଙ୍ଗା ସରପଞ୍ଚ ସୁଲେଖା ନାଏକ, ପିଇଓ (PEO), ଏଡିଓ (ADO) ଏବଂ ପଞ୍ଚାୟତର ବହୁ ମହିଳା ଉପସ୍ଥିତ ରହିଥିଲେ। କାର୍ଯ୍ୟକ୍ରମରେ ଅନ୍ନପୂର୍ଣ୍ଣା ଯୋଜନାର ଉଦ୍ଦେଶ୍ୟ ଓ ଏହାର ସୁବିଧା ସମ୍ପର୍କରେ ଉପସ୍ଥିତ ଲୋକଙ୍କୁ ଅବଗତ କରାଯାଇଥିଲା।