କେନ୍ଦୁଝରରେ ସାମାଜିକ ସୁରକ୍ଷା ବର୍ଦ୍ଧିତ ଭତ୍ତା ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଲୋକଙ୍କୁ ମିଳିବ ୩୫୦୦ ଟଙ୍କା ମାସିକ ଭତ୍ତା । ୮୦ ବର୍ଷରୁ ଊର୍ଦ୍ଧ୍ବ ହିତାଧିକାରୀ ଓ ଦିବ୍ୟାଙ୍ଗଙ୍କୁ ମାସିକ ୩୫୦୦ ଟଙ୍କା ଲେଖାଏ ମିଳିବ ବର୍ଦ୍ଧିତ ଭତ୍ତା । ଆସନ୍ତାକାଲି  କେନ୍ଦୁଝର ଧରଣୀଧର ବିଶ୍ଵବିଦ୍ୟାଳୟ ପଡ଼ିଆରେ ବର୍ଦ୍ଧିତ ସାମାଜିକ ସୁରକ୍ଷା ପେନସନ୍ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଜିଲ୍ଲାର ୧୩ ବ୍ଲକର ୯ ହଜାର ୯୧୩ ହିତାଧିକାରୀ ବର୍ଦ୍ଧିତ ପେନସନ ପାଇବେ ।ଏହି ଅବସରରେ ପୁରୁଣା ସରକାରଙ୍କୁ ବଦଳେଇ ନୂଆ ସରକାର ରାଜ୍ୟରେ ଆଣିଥିବାରୁ ଲୋକଙ୍କୁ ଧନ୍ୟବାଦ ଜଣାଇବା ସହ ମୁଖ୍ୟମନ୍ତ୍ରୀ କହିଛନ୍ତି ବିଗତ ଦିନର ସରକାର ଲୋକଙ୍କ ଆଶା ପୂରା କରିବାରେ ଫେଲ୍ ମାରିଥିଲେ । ଯେଉଁ କାରଣରୁ ଗତ ନିର୍ବାଚନରେ ଲୋକ ତାଙ୍କୁ ଉଚିତ୍ ଜବାବ୍ ଦେଇଛନ୍ତି । ଆଗରୁ ୧୨୦୦ ଟଙ୍କା ପାଉଥିଲେ ଓ ଗୁରୁବାର ଠାରୁ ୩୫୦୦ ଟଙ୍କା ଲେଖାଏଁ ସହାୟତା ପାଇବେ । ୪ ଲକ୍ଷ ୭୭ ହଜାରରୁ ଉର୍ଦ୍ଧ୍ବ ଲୋକେ ଏହାର ଲାଭ ପାଇବେ । ଆମ ସରକାର ଏକାଧିକ ଯୁଗାନ୍ତକାରୀ ପଦକ୍ଷେପ ନେଇଛନ୍ତି ଯାହା ପ୍ରତିଶ୍ରୁତି ଦେଇଥିଲେ ତାହା ପାଳନ କରିଛନ୍ତି ।