କେନ୍ଦୁଝର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୋଡ଼ା ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

କେନ୍ଦୁଝର; କେନ୍ଦୁଝର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୋଡ଼ା ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦୁଝର ଜିଲ୍ଲାପାଳ ଆଶୀଷ ଠାକରେ ଉପସ୍ଥିତ ରହି ସାଧାରଣ ଲୋକଙ୍କ ପକ୍ଷରୁ ଆସିଥିବା ବିଭିନ୍ନ ଆପତ୍ତି ଅଭିଯୋଗ ଆଦି ଶୁଣାଣି କରିଥିଲେ।

ଏହି ଜନଶୁଣାଣିରେ ମୋଟ ଅଭିଯୋଗ ଆସିଥିଲା। ସେଥିମଧ୍ୟରୁ ୧୭ଟି ଅଭିଯୋଗର ତୁରନ୍ତ ଶୁଣାଣି କରାଯାଇଥିଲା। ଅନ୍ୟ ଅଭିଯୋଗଗୁଡ଼ିକର ବିଚାର କରାଯାଇ ସମାଧାନ କରିବାକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଯୋଡ଼ା ବ୍ଲକର ବିଭିନ୍ନ ଗ୍ରାମପଞ୍ଚାୟତରୁ ଆସିଥିବା ଲୋକମାନେ ସ୍ଥାନୀୟ ଅଞ୍ଚଳର ବିଭିନ୍ନ ସମସ୍ୟା ସମ୍ପର୍କରେ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ। ସେଥିମଧ୍ୟରେ ଶିକ୍ଷା, ସ୍ୱାସ୍ଥ୍ୟ,ନିଜର ପଟା ଭୁକ୍ତ ଆଦିବାସୀ ଜମି ହଡପ, ପାନୀୟ ଜଳ, ବିଜୁଳି, ରାସ୍ତାଘାଟ ଆଦି ପ୍ରମୁଖ ସମସ୍ୟା ରହିଥିଲା।
ଏହି କାର୍ଯ୍ୟକ୍ରମର,ଯୋଡ଼ା ବ୍ଲକ ଅଧ୍ୟକ୍ଷ କବିନ୍ଦ୍ର ନାୟକ, ଯୋଡ଼ା ବ୍ଲକ ବିଡିଓ ଜଗନ୍ନାଥ ହନୁମାନ, ତହସିଲଦାର ଆଲୋକ ପଟେଲ ପ୍ରମୁଖ ଉପସ୍ଥିତ ଥିଲେ।