କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୧୮ ଦିନରେ ୧୩ ଜଣ ଶିଶୁଙ୍କ ମୃତ୍ୟୁ ଘଟିଛି

ଏହା ସହିତ ପୁଲିସ୍ ଫୋର୍ସକୁ ମୁତୟନ କରାଯାଇଛି….

କେନ୍ଦୁଝର : ଏଡିଏମ୍‌ଓ କିଶୋର ପୃଷ୍ଟି ରବିବାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଚଳିତ ମାସ ବର୍ତ୍ତମାନ ପର୍ୟ୍ୟନ୍ତ ଡାକ୍ତରଖାନାରେ ୧୨୨ ଜଣ ଶିଶୁ ଭର୍ତ୍ତି ହୋଇଥିବା ବେଳେ ୧୩ ଜଣଙ୍କ ମୃତ୍ୟୁ ଘଟିଛି।ଗତ ୨୪ ଘଣ୍ଟା ମଧ୍ୟରେ ଡାକ୍ତରଖାନାରେ ୬ ଜଣ ଶିଶୁଙ୍କ ମୃତ୍ୟୁ ଘଟିଥିବା ନେଇ ଅଭିଯୋଗ ହେବା ପରେ ଡାକ୍ତର ପୃଷ୍ଟି ପ୍ରତିକ୍ରିୟା ଦେଇ ଏହି ତଥ୍ୟ ପ୍ରଦାନ କରିଛନ୍ତି।ଅନ୍ୟପକ୍ଷରେ ଚିକିତ୍ସାରେ ଅବହେଳା ଅଭିଯୋଗ ଆଣିଛନ୍ତି ମୃତ ଶିଶୁଙ୍କ ଅଭିଭାବକ ଓ ସଂପର୍କୀୟ।

ଏହି ଘଟଣାକୁ ନେଇ ଡାକ୍ତରଖାନା ପରିସରରେ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ଅତିରିକ୍ତ ଏସ୍‌ପି ଓ ଉପଜିଲ୍ଲାପାଳ ପହଞ୍ଚିଛନ୍ତି। ଏହା ସହିତ ପୁଲିସ୍ ଫୋର୍ସକୁ ମୁତୟନ କରାଯାଇଛି। ଗତ ୨୪ ଘଣ୍ଟାରେ ଯେଉଁମାନଙ୍କ ଶିଶୁଙ୍କ ମୃତ୍ୟୁ ଘଟିଛି ଅତିରିକ୍ତ ଏସ୍‌ପି ଓ ଉପଜିଲ୍ଲାପାଳ ସେମାନଙ୍କ ସହିତ ଆଲୋଚନା କରୁଛନ୍ତି। ଅନ୍ୟପକ୍ଷରେ କାହିଁକି ଏତେ ସଂଖ୍ୟକ ପିଲାଙ୍କର ଗତ ୧୮ ଦିନରେ ମୃତ୍ୟୁ ଘଟିଛି, ସେନେଇ ଗଣମାଧ୍ୟମ ସମ୍ମୁଖରେ କିଛି ନିର୍ଦ୍ଦିଷ୍ଟ କାରଣ କହିନାହାନ୍ତି ଏଡିଏମ୍‌ଓ କିଶୋର ପୃଷ୍ଟି।