ବାତ୍ୟା ଅସାନି ପ୍ରଭାବରେ ଖୋର୍ଦ୍ଧାରେ ସର୍ବାଧିକ ୭୧ ମିମି ବର୍ଷା ରେକର୍ଡ

ବାତ୍ୟା ଅସାନି ପ୍ରଭାବରେ ଉପକୂଳ ଓଡ଼ିଶାର ଅନେକ ସ୍ଥାନ ଓ ଆଭ୍ୟନ୍ତରୀଣ ଓଡ଼ିଶାର…..

ଭୁବନେଶ୍ୱର : ବାତ୍ୟା ଅସାନି ପ୍ରଭାବରେ ଉପକୂଳ ଓଡ଼ିଶାର ଅନେକ ସ୍ଥାନ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେଉଛି । ବିଶେଷ କରି ପୁରୀ, ଗଜପତି, ଖୋର୍ଦ୍ଧାରେ ବର୍ଷା ଜାରି ରହିଛି । ସକାଳ ୮ଟା ୩୦ ସୁଦ୍ଧା ଭୁବନେଶ୍ୱରରେ ୩୬.୪ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ ଖୋର୍ଦ୍ଧାର ଜଟଣୀଠାରେ ସର୍ବାଧିକ ୭୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

ବାଲେଶ୍ୱରରେ ୧୩.୪ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଆଜି ପାଇଁ କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା. ଜଗତସିଂହପୁର ଓ କଟକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗୋପାଳପୁର ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି ହୋଇଥିବା ବେଳେ ଅନ୍ୟ ବନ୍ଦର ପାଇଁ ୨ ନମ୍ବର ବିପଦ ସଙ୍କେତ ବଳବତର ରହିଛି ।