ରାଜ୍ୟରେ ୧୦୦ ଟପିଲା ଓମିକ୍ରନ ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ୧୦୦ ଟପିଲା ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା । ସେହିପରି ଗୋଯିଏ ଦିନରେ ୨୮ ନୂଆ ଓମିକ୍ରନ୍‌ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ବର୍ତ୍ତମାନ ଓମକ୍ରିନ ସଂକ୍ରମିତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି ।

ସୂଚନାଯୋଗ୍ୟ ଯେ, ଡିସେମ୍ବର ୨୧ରେ ରାଜ୍ୟରେ ପ୍ରଥମ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ରାଜ୍ୟରେ ପ୍ରଥମ ଭାବେ ଡିସେମ୍ବର ୨୧ ତାରିଖରେ ୨, ଡିସେମ୍ବର ୨୩ରେ ୨, ୨୬ରେ ୪, ୨୯ରେ ଜଣେ, ୩୦ରେ ୫ ଜଣେ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ସେହିପରି ଜାନୁଆରୀ ୨ରେ ୨୩ ଜଣ, ୫ରେ ୨୪, ୮ରେ ୧୪ ଜଣ ଓମିକ୍ରନ୍‌ ସଂକ୍ରମିତ ହୋଇଥିବା ବେଳେ ୧୦ ତାରିଖରେ ୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ୍‌ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି ।