କାଲି ଅବପାତରେ ପରିଣତ ହେବ ଲଘୁଚାପ

ଭୁବନେଶ୍ୱର: କେନ୍ଦ୍ରୀୟ ଆଣ୍ଡାମାନ ସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ହୋଇଛି । ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରି କାଲି ଅବପାତର ରୂପ ନେବ ଲଘୁଚାପ । ଏହାପରେ ୪ ତାରିଖ ସକାଳେ ଉତ୍ତର ଆନ୍ଧ୍ର, ଓଡ଼ିଶା ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି । ଡିସେମ୍ବର ୩ ତାରିଖ ସନ୍ଧ୍ୟାରୁ ବର୍ଷାର ପରିମାଗ ବୃଦ୍ଧି ପାଇବ । ୪ଟି ଜିଲ୍ଲାରେ ପ୍ରବଳ ବର୍ଷାହେବାର ମଧ୍ୟ ସମ୍ଭାବନା ରହିଛି । ସେଗୁଡ଼ିକ ହେଲା; ଗଜପତି, ଗଞ୍ଜାମ, ଜଗତସିଂହପୁର ଓ ପୁରୀରେ ୩ ତାରିଖ ସନ୍ଧ୍ୟାରୁ ବର୍ଷାର ପରିଣାମ ବଢ଼ିବ । ୪ଟି ଜିଲ୍ଲାରେ ଗୋଟିଏରୁ ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସମ୍ଭାବ୍ୟ ବାତ୍ୟାର ପ୍ରଭାବ ୪ ତାରିଖରେ ସର୍ବାଧିକ ରହିବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।