ଭୁବନେଶ୍ୱର: ଗତକାଲିର ପୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣି ବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।
ଆଜି ସକାଳ ସୁଦ୍ଧା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ କଟକରେ ପ୍ରବଳରୁ ଅତିପ୍ରବଳ ଅର୍ଥାତ୍ ୭୦ ମିମିରୁ ୨୦୦ ମିମି ଏବଂ ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।