ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି

ଭୁବନେଶ୍ବର : ଆଜି ସାରା ରାଜ୍ୟକୁ ଛୁଇଁଛି ମୌସୁମୀ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଶେଷଜ୍ଞଙ୍କ ପକ୍ଷରୁ ସୂଚନା ମିଳିଛି। ଶନିବାର କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।

ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁଗୋଳ, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ୨୫ ତାରିଖରେ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ବୌଦ୍ଧ, ସମ୍ବଲପୁର, ସୋନପୁର, ବରଗଡ଼ ଓ ଝାରସୁଗୁଡ଼ାର କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ସହିତ ଜିଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଛି।