ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ସକ୍ରିୟ ରହିଛି । ଏହା ପ୍ରଭାବରେ ରାଜ୍ୟରେ ଆଜିଠାରୁ ୩୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାର ଆଭ୍ୟନ୍ତରୀଣ ଇଲାକାରେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।