ଭୁବନେଶ୍ୱର : ଆସନ୍ତା ୨ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗିରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୩ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ କମିବ । କିନ୍ତୁ କେତକ ଜିଲ୍ଲାରେ ୪ ତାରିଖ ଯାଏ ବର୍ଷା ଲାଗି ରହିବ । ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ମୁତାବକ ଆଜି ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ ଓ ସମ୍ବଲପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।