ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେବା ପରେ ଏହା ଗଭୀର ଅବପାତରେ ପରିଣତ ହୋଇଛି । ଆସନ୍ତା କାଲି ପର୍ଯ୍ୟନ୍ତ ୧୦ ଜିଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ବଲାଙ୍ଗୀର, ସୋନପୁର, ସମ୍ବଲପୁର,ଦେବଗଡ,ଅନୁଗୁଳ,କେନ୍ଦୁଝର,ବୌଦ୍ଧକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଅତ୍ୟନ୍ତ ପ୍ରବଳ ଅର୍ଥାତ ୭ ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି।