ବଙ୍ଗୋପସାଗରରେ ଅବପାତରେ ପରିଣତ ହେଲା ଲଘୁଚାପ

ଆସନ୍ତା ୨୪ ଘଣ୍ଟାରେ ଗଭୀର ଅବପାତର ରୂପ ନେବ। ଭୀଷଣ ବର୍ଷା ନେଇ ୭ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି । ପୁରୀ, ଜଗତସିଂପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ, ଅନୁଗୁଳ ଜିଲ୍ଲାରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ସମ୍ଭାବନା  । ଗୋପାଳପୁରଠାରୁ ପୂର୍ବ ଓ ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି । ପାରାଦ୍ୱୀପଠୁ ୨୯୦, ଦୀଘାଠୁ ୪୧୦ କିମି ଦୂରରେ ଅବସ୍ଥିତ ଏହି ଅବପାତ । ପରେ ଏହା ଓଡ଼ିଶା ଓ ପଶ୍ଚିମବଙ୍ଗ ଦେଇ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗରେ ସୂଚନା ରହିଛି। ଏହି ପ୍ରଭାବରେ ୧୧ ତାରିଖ ଯାଏଁ ଲାଗିରହିବ ବର୍ଷା ।