ଆସନ୍ତାକାଲିଠୁ ମାଟ୍ରିକ ପରୀକ୍ଷା

କଟକ : ଶୁକ୍ରବାରଠାରୁ ଳିତ ବର୍ଷର ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଓଡ଼ିଶା ମଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଏ ନେଇ ସମସ୍ତ ପ୍ରସ୍ତୁତି ଚୁଡାନ୍ତ ହୋଇଛି। ମୋଟ ୫ଲକ୍ଷ ୪୧ ହଜାର ୨୪୭ ଜଣ ଛାତ୍ରଛାତ୍ରୀ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଉଛନ୍ତି । ୩୨୧୮ଟି  ପରୀକ୍ଷା କେନ୍ଦ୍ରରେ ଆସନ୍ତା ୨୦ ତାରିଖ ପରୀକ୍ଷା ଚାଲିବ। ସକାଳ ୮ଟାରୁ ପରୀକ୍ଷା ଆରମ୍ଭ ହେବ। ତେଣୁ ପ୍ରଥମ ଦିନ ଘଣ୍ଟାଏ ଆଗରୁ ପହଞ୍ଚିବା ପାଇଁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦିଆଯାଇଛି। ସେହିପରି ସକାଳ ୬ରୁ ୭ଟା ଭିତରେ କଡା ସୁରକ୍ଷାରେ ପ୍ରଶ୍ନପତ୍ର ପରୀକ୍ଷା କେନ୍ଦ୍ରରେ ପହଞ୍ଚିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି । ଯେଉଁଦିନ ଯେଉଁ ପରୀକ୍ଷା ସେହିଦିନ ସେହି ପ୍ରଶ୍ନପତ୍ର ସକାଳୁ ଯାଇ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବ। ମୋଟ ୩୧୬ଟି ନୋଡାଲ ସେଣ୍ଟରରେ ପ୍ରଶ୍ନପତ୍ର ପହଞ୍ଚି ସାରିଛି ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି । ଅନ୍ୟ ପକ୍ଷରେ ପ୍ରଶ୍ନପତ୍ର ଲିକ୍‌ ରୋକିବା ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି ।