ଆଜି ଠାରୁ ମାଟ୍ରିକ ପରୀକ୍ଷା

କଟକ/ଭୁବନେଶ୍ୱର: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍ ଦ୍ୱିତୀୟ ସମ୍ମେଟିଭ୍ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହୋଇଛି । ଏହା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ । ଚଳିତ ଥର ମୋଟ ୫ଲକ୍ଷ ୪୧ ହଜାର ୨୪୭ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବେ । ଏଥିପାଇଁ ୩୨୧୮ଟି ପରୀକ୍ଷା କେନ୍ଦ୍ର ସ୍ଥାପନ କରାଯାଇଛି । ପରୀକ୍ଷା ନେଇ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମିର ରଞ୍ଜନ ଦାଶ କହିଛନ୍ତି ଯେ, ସବୁ ପରୀକ୍ଷା କେନ୍ଦ୍ରର ସିସିଟିଭିର ବ୍ୟବସ୍ଥା କରାଯାଇଛି । ଏହା ସହ କପି ରୋକିବାକୁ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି ।