ମେ’ ମାସ ଶେଷ ସୁଦ୍ଧା ମାଟ୍ରିକ ରେଜଲ୍ଟ : ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ

କଟକ: ମାଟ୍ରିକ ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର । ମେ ମାସ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ଏନେଇ ବୁଧବାର ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ତାଙ୍କ କହିବା ମୁତାବକ, ମାଟ୍ରିକ ପରୀକ୍ଷା ଖାତା ଦେଖା ଶେଷ ହୋଇସାରିଛି । ବର୍ତ୍ତମାନ ଟାବୁଲେସନ୍ ଚାଲିଛି । ବୋର୍ଡ ପକ୍ଷରୁ ରେଜଲ୍ଟ ପ୍ରକାଶ ନେଇ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ରହିଛି । ତେଣୁ ଆସନ୍ତା ମେ ମାସ ଶେଷ ସୁଦ୍ଧା ମାଟ୍ରିକ ପରୀକ୍ଷା ରେଜଲ୍ଟ ପ୍ରକାଶ ପାଇବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।