ଭୁବନେଶ୍ବର : ଆଜି ପ୍ରକାଶ ପାଇଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ। ୧୩୧୦ ଛାତ୍ରଛାତ୍ରୀ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇଥିବା ବେଳେ ସେଥି ମଧ୍ୟରୁ ୪୩୩ ପିଲା କୃତକାର୍ଯ୍ୟ ହୋଇଛନ୍ତି। ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାରେ ୬୭୭୮ ପରୀକ୍ଷାର୍ଥୀ ପାସ୍ କରିଛନ୍ତି। ୮୧୯୫ ଛାତ୍ରଛାତ୍ରୀ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଦେଇଥିଲେ। ବୋର୍ଡ ୱେବସାଇଟରେ ଉଭୟ ରେଜଲ୍ଟ ଉପଲବ୍ଧ ଥିବା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।