ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ସହାୟକ ପୁସ୍ତିକା ‘ପରୀକ୍ଷା ଦର୍ପଣ ଉନ୍ମୋଚିତ

ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ଲାଗି ସହାୟକ ପୁସ୍ତିକା ‘ପରୀକ୍ଷା ଦର୍ପଣ’ ଉନ୍ମୋଚିତ ହୋଇଛି। ପାଠ୍ୟପୁସ୍ତକ ଉତ୍ପାଦନ ଓ ବିକ୍ରୟ ଅନୁଷ୍ଠାନ ପରିସରରେ ଏହାର ଉନ୍ମୋଚନ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ। ୭୦୦ ପୃଷ୍ଠା ସମ୍ବଳିତ ଏହି ପୁସ୍ତିକାଟି ଛାତ୍ରଛାତ୍ରୀ ଙ୍କୁ ପରୀକ୍ଷା ଦେବାରେ ସହାୟକ ହେବ। କରୋନା ପାଇଁ ଶିକ୍ଷାବର୍ଷ ପ୍ରଭାବିତ ହୋଇଛି। ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ମାଗଣା ‘ପରୀକ୍ଷା ଦର୍ପଣ’ ପୁସ୍ତିକା ଦେବାକୁ ପୂର୍ବରୁ ଘୋଷଣା କରାଯାଇଥିଲା। ଏହାଦ୍ୱାରା ରାଜ୍ୟର ସମସ୍ତ ଦଶମ ଶ୍ରେଣୀର ମୋଟ ୬ ଲକ୍ଷ ୨୦ ହଜାର ୫୦୮ ଛାତ୍ରଛାତ୍ରୀ ଉପକୃତ ହେବେ। ଜିଲ୍ଲା ଶିକ୍ଷା ଅଧିକାରୀମାନେ ବହି ବଣ୍ଟନ କାର୍ଯ୍ୟର ଦାୟିତ୍ଵ ନେବେ। ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ନିକଟରେ ପୁସ୍ତକଗୁଡ଼ିକ ପହଞ୍ଚାଇବାର ବ୍ୟବସ୍ଥା କରାଯାଇଛି।