ଜୁନ ଶେଷରେ ମାଟ୍ରିକ ରେଜଲ୍ଟ

ମାଟ୍ରିକ ଖାତା ଦେଖା ଶେଷ ହୋଇଥିବା ବେଳେ ରେଜଲ୍ଟ ନେଇ ପ୍ରକ୍ରିୟା ଚାଲିଛି…

ଭୁବନେଶ୍ୱର : ଜୁନ ଶେଷ ସପ୍ତାହରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ ବୋଲି ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ମାଟ୍ରିକ ଖାତା ଦେଖା ଶେଷ ହୋଇଥିବା ବେଳେ ରେଜଲ୍ଟ ନେଇ ପ୍ରକ୍ରିୟା ଚାଲିଛି ବୋଲି ସେ କହିଛନ୍ତି । ସୂଚନାଯୋଗ୍ୟ ଯେ, ଚଳିତ ମାର୍ଚ୍ଚ ୨୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମେ ୧୦ ତାରିଖ ଶେଷ ହୋଇଥିଲା । ଦଶମ ଶ୍ରେଣୀ ସହିତ ଏସଓସ ଓ ମଧ୍ୟମା ପରୀକ୍ଷାର ଖାତା ମୂଲ୍ୟାୟନ କରାଯାଇଥିଲା ।

ରାଜ୍ୟର ମୋଟ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ହୋଇଥିଲା । ଖାତା ଦେଖା ପାଇଁ ୪୮୧ ଜଣ ମୁଖ୍ୟ ରୀକ୍ଷକଙ୍କ ସହ ୯୦୦ ଜଣ ଉପ ପରୀକ୍ଷକ, ୮୯୧୯ ଜଣ ସହକାରୀ ପରୀକ୍ଷକ ଓ ୯୩୦ ଜଣ ସ୍କୃଟିନାଇଜରଙ୍କୁ ନିୟୋଜିତ କରାଯାଇଥିଲା ।