ଓଲଟିଲା ପିଚୁ ବୋଝେଇ ଟ୍ରକ:ଜଣେ ମୃତ, ଦୁଇ ଗୁରୁତର

କରଞ୍ଜିଆ: ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ୪୯ ନମ୍ବର ଜାତୀୟ ରାଜପଥ ଯଶୀପୁର ନିକଟରେ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ୧୨ଚକିଆ ଟ୍ରକ । ଯାହାଫଳରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।