ଆଜିଠୁ ଖୋଲିବ ମେଡିକାଲ କଲେଜ-shaksi news

ଭୁବନେଶ୍ବର( ଏସ୍ ନ୍ୟୁଜ ): କୋଭିଡ୍ ଗାଇଡଲାଇନ ଭିତରେ ଆଜିଠାରୁ ରାଜ୍ୟର ସମସ୍ତ ମେଡିକାଲ କଲେଜ ଖୋଲିବ ।କରୋନା ଯୋଗୁ ରାଜ୍ୟରେ ସ୍କୁଲ, କଲେଜ ଦୀର୍ଘ ମାସ ହେଲା ବନ୍ଦ ପଡ଼ିରହିଥିବା କୋଭିଡ୍ ଗାଇଡଲାଇନ ଭିତରେ ଆଜିଠାରୁ ରାଜ୍ୟର ସମସ୍ତ ମେଡିକାଲ କଲେଜ ଖୋଲିବ ।

କରୋନା ଯୋଗୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଥିବା ବେଳେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ମେଡିକାଲ କଲେଜ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । କରୋନା କଟକଣା ଭିତରେ ଖୋଲାଯିବ ମେଡିକାଲ କଲେଜ । ମାସ୍କ,ସାନିଟାଇଜର୍, ସାମାଜିକ ଦୂରତାକୁ ମାନି କଲେଜ ଚାଲିବ ବୋଲି ପୂର୍ବରୁ ସୂଚନା ଦେଇଥିଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ । କିଛି ଦିନ ତଳେ ମେଡିକାଲ୍ କଲେଜ ଖୋଲିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ମଧ୍ୟ ଜାରି ହୋଇଥିଲା।