ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ଗାଡ଼ିକୁ ଅଣ୍ଡାମାଡ଼

ଭୁବନେଶ୍ୱର: କଳାହାଣ୍ଡି ମହାଲିଙ୍ଗ ସନସାଇନ୍ ପବ୍ଲିକ୍ ସ୍କୁଲ ଶିକ୍ଷୟତ୍ରୀ ମମିତା ମେହେର ହତ୍ୟା ଘଟଣାରେ ରାଜନୀତି ତୀବ୍ର ହେବାରେ ଲାଗିଛି । ଘଟଣାକୁ ନେଇ ବିଜେଡ଼ିକୁ ଟାର୍ଗେଟ କରୁଛନ୍ତି ବିଜେପି ଓ କଂଗ୍ରେସ ନେତା । ପୂର୍ବରୁ ବିଜେପି କର୍ମୀଙ୍କ ପକ୍ଷରୁ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଉପରକୁ ଅଣ୍ଡାମାଡ଼ ହୋଇଥିବା ବେଳେ ଆଜି ନୂଆପଡ଼ା ତରବୋଡ଼ରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ଗାଡ଼ିକୁ ଅଣ୍ଡାମାଡ଼ ହୋଇଛି । ଅଣ୍ଡାମାଡ଼ ସହ କଳା ପତାକା ଦେଖାଇ ବିରୋଧ ପ୍ରଦର୍ଶନ କରିଛନ୍ତି ବିଜେପି କର୍ମୀ । ମନ୍ତ୍ରୀ ପଦ୍ମନାଭ ବିଏସକେୟାଇ କାର୍ଡ ବାଣ୍ଟିବାକୁ ଗଲା ବେଳେ ଏପରି ପ୍ରତିବାଦ କରିଥିଲେ ବିରୋଧୀ । ତେବେ ମମିତା ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଏହି ପ୍ରତିବାଦ ହୋଇଛି ।