ଆଠଗଡ଼ ବସଷ୍ଟାଣ୍ଡ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ଦ୍ୱାରା ଆଠଗଡ଼ ବସଷ୍ଟାଣ୍ଡର….

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ଦ୍ୱାରା ଆଠଗଡ଼ ବସଷ୍ଟାଣ୍ଡର ନିର୍ମାଣ କାର୍ଯ୍ୟକୁ ଯଥାଶୀଘ୍ର ଶେଷ କରି ଯାତ୍ରୀମାନଙ୍କ ନିମନ୍ତେ ଲୋକାର୍ପିତ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ନିର୍ଦ୍ଦେଶ ଦେଇଛନ୍ତି । ଲୋକସେବା ଭବନଠାରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ବସଷ୍ଟାଣ୍ଡ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସଂପର୍କରେ ସମୀକ୍ଷା କରି ଏହି ନିର୍ଦ୍ଦେଶ ଦେଇଛନ୍ତି । ବସଷ୍ଟାଣ୍ଡର ବାକିଥିବା କାର୍ଯ୍ୟକୁ ସଂପୂର୍ଣ୍ଣ କରିବା ନିମନ୍ତେ ଏହି ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏଥି ସହିତ ଟେଣ୍ଡରରେ ସାମିଲ ହୋଇଥିବା କାର୍ଯ୍ୟ ବ୍ୟତୀତ ବସଷ୍ଟାଣ୍ଡରେ ଅଗ୍ନିନିର୍ବାପକ ବ୍ୟବସ୍ଥା, କାର୍ଯ୍ୟାଳୟର ଆସବାବପତ୍ର, ସିସିଟିଭି ଏବଂ ଜେନେରେଟର ଆଦି ବ୍ୟବସ୍ଥାର ଅତିରିକ୍ତ କାର୍ଯ୍ୟ ନିମନ୍ତେ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ଦ୍ୱାରା ଅତିରିକ୍ତ ବ୍ୟୟରାଶି ୨୦ ତାରିଖ ସୁଦ୍ଧା ପ୍ରଦାନ କରିବା ପାଇଁ ବୈଠକରେ ନିଷ୍ପତି ନିଆଯାଇଛି ।