ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଜାମିନ

ଭୁବନେଶ୍ୱର(ଏସ୍ ନ୍ୟୁଜ): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ। କ୍ରାଇମବ୍ରାଞ୍ଚ ପକ୍ଷରୁ ହୋଇଥିବା ମାମଲାରେ ପ୍ରଦୀପଙ୍କୁ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ ।୫ ଲକ୍ଷ ଟଙ୍କା ଲେଖାଏଁ ୨ ଜଣ ଜାମିନଦାରଙ୍କ ବଦଳରେ ଶ୍ରୀ ପାଣିଗ୍ରାହୀଙ୍କୁ ଜାମିନ ମିଳିଛି। ତା’ସହିତ ୨୪ ଲକ୍ଷ ଟଙ୍କା ନଗଦ ଜମା କରିବାକୁ ମଧ୍ୟ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତେବେ ବିଧାୟକ ପ୍ରଦୀପ ପାଣିଗ୍ରାହୀ ଏବେ ଝାରପଡା ଜେଲରେ ଅଛନ୍ତି । ଭିଜିଲାନ୍ସ ମାମଲା ରହିଥିବାରୁ ଜେଲରେ ରହିବେ ପ୍ରଦୀପ ପାଣିଗ୍ରାହୀ।