ଭୁବନେଶ୍ବର : ଆଜି ସାରା ରାଜ୍ୟକୁ ମୌସୁମୀ ଛୁଇଁଛି। ଆଜି ୧୯ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଇତିମଧ୍ୟରେ ରାଜ୍ୟର ସବୁ ଅଞ୍ଚଳକୁ ଛୁଇଁଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।
ଆଜି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିଜିଲ୍ଲା ଗୁଡ଼ିକ ହେଲା କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ । ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।