୧୦ ତାରିଖ ସୁଦ୍ଧା ଓଡ଼ିଶା ଛୁଇଁପାରେ ମୌସୁମୀ

ଭୁବନେଶ୍ୱର: ସାରା ରାଜ୍ୟରେ ଅସହ୍ୟ ତାତି ଓ ଗୁଳୁଗୁଳି ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇଛି। ଆସନ୍ତା ୧୦ ତାରିଖ ସୁଦ୍ଧା ମୌସୁମୀ ଓଡ଼ିଶା ଛୁଇଁବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨-୩ ଦିନ ମଧ୍ୟରେ ମୌସୁମୀ ଦକ୍ଷିଣ ଓଡ଼ିଶା ସ୍ପର୍ଶ କରିପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ବିଭାଗ ମୁତାବକ, ସାଧାରଣ ଭାବେ ଜୁନ୍ ମାସର ଦ୍ୱିତୀୟ ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଥାଏ । ଏବେ ରାଜ୍ୟକୁ ମୌସୁମୀ ଆସିବା ନେଇ ପାଗ ଅନୁକୂଳ ରହିଛି ।