ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା

ଅନ୍ୟାନ୍ୟ ଜିଲ୍ଲାଗୁଡ଼ିକ ଉପରେ ମଧ୍ୟ କାଳବୈଶାଖୀ ପ୍ରଭାବ….

ଭୁବନେଶ୍ବର : ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ପଶ୍ଚିମ ଝଡ଼ ସହ କାଳବୈଶାଖୀର ପ୍ରଭାବ ଲାଗି ରହିବ। ସୋମବାର ସକାଳ ୯ଟା ସୁଦ୍ଧା କଳାହାଣ୍ଡି, ରାୟଗଡ଼ା, କୋରାପୁଟ, କନ୍ଧମାଳ, ଗଞ୍ଜାମ, କଟକ, ଯାଜପୁର, ଭଦ୍ରକ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ଓ କୁଆପଥର ବର୍ଷା ସହ ଘଣ୍ଟା ପ୍ରତି ୪୦ ରୁ ୫୦ କିମି ବେଗରେ ଝଡ଼-ପବନ ହୋଇପାରେ।

ତେଣୁ ଉକ୍ତ ଜିଲ୍ଲାଗୁଡ଼ିକ ଲାଗି ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଅନ୍ୟାନ୍ୟ ଜିଲ୍ଲାଗୁଡ଼ିକ ଉପରେ ମଧ୍ୟ କାଳବୈଶାଖୀ ପ୍ରଭାବ ପଡ଼ିବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଏଥିସହ ଜନସାଧାରଣ ସ୍ଥାନୀୟ ପାଣିପାଗ ଉପରେ ନଜର ରଖିବା ବିଜୁଳି ଘଡ଼ଘଡ଼ି ସମୟରେ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।