ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ

ଭୁବନେଶ୍ବର: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମାଲକାନଗିରି ଜିଲ୍ଲାରେ ପ୍ରବେଶ କରିଛି । ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି । କାଲି ରାତିଠୁ ମାଲକାନଗିରିର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ ଆଜି ମୌସୁମୀ ବାୟୁ ସକ୍ରିୟ ରହିଛି ।

ସ୍ୱାଭାବିକ ୪ଦିନ ପୂର୍ବରୁ ମୌସୁମୀ ଓଡ଼ିଶା ଛୁଇଁବା ପରେ ମାଲକାନଗିରି ଜିଲାର ବିଭିନ୍ନ ଅଞ୍ଚଳରେ ସକ୍ରିୟ ରହିଛି । ପ୍ରଭାବରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆରମ୍ଭ ହୋଇଛି । ଶୁକ୍ରବାର ରାତିରୁ ମାଲକନାଗିରିର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ ଶନିବାର ମୌସୁମୀ ବାୟୁ ସକ୍ରିୟ ରହିଛି ।