ଅଗଷ୍ଟ ୧୮ରୁ ଓଡ଼ିଶାରେ ପୁଣି ଅଧିକ ବର୍ଷା ସମ୍ଭାବନା: ସିଇସି

ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ….

ଭୁବନେଶ୍ୱର : ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଅଗଷ୍ଟ ୧୮ ତାରିଖରେ ରାଜ୍ୟର ଉପକୂଳବର୍ତ୍ତୀ  ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହ ଏହାର ଗୋଟିଏ ଦିନ ପରେ ଏହା ଲଘୁଚାପରେ  ପରିଣତ ହେବାର ସମ୍ଭାବନା ଥିବା ମଙ୍ଗଳବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହି ଲଘୁଚାପ ଅଗଷ୍ଟ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ସ୍ଥିର ରହିବା ସହ  ଏହା ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗ ଆଡକୁ ମୁହାଁଇବ ବୋଲି ସିଇସି ବୁଲେଟିନ୍‌ରେ କୁହାଯାଇଛି ।

ଏହାର ପ୍ରଭାବରେ ଅଗଷ୍ଟ ୧୮ ତାରିଖ ସୁଦ୍ଧା ଓଡ଼ିଶା ଉପକୂଳ ଏବଂ ଏଂହାର ସଂଲଗ୍ନ ଜିଲ୍ଲାଗୁଡ଼ିକରେ ମଧ୍ୟମ ଧରଣର  ବର୍ଷା ହେବାର ଆଶଙ୍କା ଥିବା ବେଳେ ଏହାର ଠିକ୍‌ ଗୋଟିଏ ଦିନ ପରେ ଉତ୍ତର ଓଡ଼ିଶା ଜିଲ୍ଲାଗୁଡ଼ିକରେ  ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।