ରାଜ୍ୟରେ ୩ ହଜାର ତଳେ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ  ଗତ ୨୪ ଘଣ୍ଟାରେ ରାଜ୍ୟରେ ୨, ୬୯୭ କରୋନା  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ  କ୍ୱାରେଣ୍ଟାଇନ୍‌ରୁ ୧,୫୬୮ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୧,୧୨୯ । ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୪୩୫ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି

ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୫୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ରୁ ୨୯୧, କଟକରୁ ୧୩୮, ମୟୂରଭଞ୍ଜରୁ ୧୨୮, ଯାଜପୁରରୁ ୧୨୭, ବଲାଙ୍ଗିରରୁ ୯୮, ନୟାଗଡ଼ରୁ ୯୬, କଳାହାଣ୍ଡିରୁ ୯୫, ସମ୍ବଲପୁରରୁ ୮୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୋଳରୁ ୫୫, ବାଲେଶ୍ୱରରୁ ୭୩, ବରଗଡ଼ରୁ ୫୩, ଭଦ୍ରକରୁ ୪୮,  ବୌଦ୍ଧରୁ ୪୮,   ଦେବଗଡ଼ରୁ ୩୯, ଢେଙ୍କାନାଳରୁ ୪୦, ଗଜପତିରୁ ୫୯, ଗଞ୍ଜାମରୁ ୧୬, ଜଗତସିଂହପୁରରୁ ୬୭,   ଝାରସୁଗୁଡ଼ାରୁ ୩୬, କଳାହାଣ୍ଡିରୁ ୯୫, କନ୍ଧମାଳରୁ ୩୪, କେନ୍ଦ୍ରାପଡ଼ାରୁ ୪୦, କେନ୍ଦୁଝରରୁ ୪୪, କୋରାପୁଟରୁ ୪୧, ମାଲକାନଗିରିରୁ ୧୮,  ନବରଙ୍ଗପୁରରୁ ୭୫,  ନୂଆପଡ଼ାରୁ ୫୫, ପୁରୀରୁ ୬୩, ରାୟଗଡ଼ାରୁ ୮୫,  ସୋନପୁରରୁ ୨୯ ଚିହ୍ନଟ ହୋଇଛନ୍ତି। ଷ୍ଟେଟପୁଲରୁ ୧୦୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୬୨୧୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୪୯୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୨୨୮୬୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୮୭୨୯୮୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।